ଓସ୍କାର ଫର୍ଣ୍ଣାଣ୍ଡିଜଙ୍କ ଦେହାନ୍ତ
ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡିଜଙ୍କ ଦେହାନ୍ତ ହୋଇଯାଇଛି। ଗତ ଦୁଇ ମାସ ଧରି ସେ ମାଙ୍ଗାଲୁରୁର ୟେନୋପୋୟା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ଓସ୍କାର ଫର୍ଣ୍ଣାଣ୍ଡିଜଙ୍କୁ ୮୦ ବର୍ଷ ହୋଇଥିଲା l ତାଙ୍କ ମୁଣ୍ଡରେ ଆଭ୍ୟନ୍ତରୀଣ ଆଘାତ ଯୋଗୁଁ ୧୯ ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଜୁଲାଇ ୨୭ ରେ, ତାଙ୍କର ମସ୍ତିଷ୍କ ଅସ୍ତ୍ରୋପଚାର ହୋଇଥିଲା | ଓସ୍କାରଙ୍କ ମୃତ୍ୟୁରେ କଂଗ୍ରେସ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି |