ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା

ମୌସୁମୀ ଓଡିଶା ଉପକୂଳବର୍ତ୍ତୀ ଛୁଇଁସାରିଥିଲେ ମଧ୍ୟ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରୀ ରହିଛି । ତେବେ ପାଣିପାଗ ବିଭାଗର ସୁଚନାନୁସାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲକା ବର୍ଷା ହୋଇପାରେ। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ନେଇ ଗୁରୁବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନ ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି। ସେହିପରି କୋରାପୁଟ, ଗଜପତି, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡା, ସମ୍ବଲପୁର ଓ ଦେଓଗଡ଼ ଆଦି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ତେବେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ