ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଂଜିଳିକାଟୁ ବ୍ଳକ ଶାସନଆମ୍ବଗାଁ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଗୁରୁବାର ବିଦ୍ୟାଳୟ ପରିସରରେ ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ସମ୍ମିଳନୀରେ ବହୁ ଅଭିଭାବକ, ଅଭିଭାବିକା ଯୋଗ ଦେଇ ବିଦ୍ୟାଳୟ ପରିଚାଳନାରେ ସହଯୋଗ କରିବା ସକାଶେ ପ୍ରତିଶୃତି ଦେବା ସହ ବିଦ୍ୟାଳୟ ଉନ୍ନତି ଦିଗରେ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶ ମୁତାବକ ଆୟୋଜିତ କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ଅଭିଯାନ ସକାଶେ ଆର୍ଥୀକ ସହାୟତା ରାଶି ପ୍ରଦାନ କରିବା ସକାଶେ ସମ୍ମତି ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ପଟେଲ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ ।


