ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ହିନ୍ଦୀ ପକ୍ଷ ଉଦଯାପିତ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଞ୍ଜିଳିକାଟୁ ବ୍ଳକ ଶାସନଆମ୍ବଗାଁ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଗତ ୧୪ ତାରିଖ ଠାରୁ ଆରମ୍ଭ ହୋଇଥିବା ହିନ୍ଦୀ ପକ୍ଷ ଦିବସ ଶୁକ୍ରବାର ଉଦଯାପିତ ହୋଇଯାଇଛି । ଉଦଯାପନି ଦିବସରେ ବିଦ୍ୟାଳୟର ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଅରୁଣ କୁମାର ପଟେଲଙ୍କ ସଭାପତିତ୍ୱରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା । ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ ଯୋଗଦେଇ ଅନୁଷ୍ଠିତ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ବିଦ୍ୟାଳୟର ଶିକ୍ଷୟତ୍ରୀ ଶୁପ୍ରଭା ସେନଦାପତି, ପ୍ରିୟଦର୍ଶନି ସାହୁ, ପଦ୍ମିନି ବାରିକଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ