ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ
ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍): ଛତ୍ରପୁର ବ୍ଲକ ଚମାଖଣ୍ଡି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ପିନ୍ସପାଲ ଦାମ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ମହାଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ପାଠ ସହିତ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗିଦାର ହେବା ନିମନ୍ତେ ପରାମର୍ଶ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଗଂଜାମ ଏସପି ବ୍ରିଜେଶ କୁମାର ରାଏ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ସମ୍ମାନିତ ଅତିଥି ଭାବେ ଛତ୍ରପୁର ବ୍ଲକ୍ ଅଧ୍ୟକ୍ଷ ଏମ୍. ଧନଜଂୟ ରେଡ୍ଡି , ଛତ୍ରପୁର ଏସଡ଼ିପିଓ ଗୌତମ କିଷାନ, ଛତ୍ରପୁର ବିଇଓ ଅବିନାଶ ଶତପଥୀ, ସମାଜସେବୀ ଶିଶିର କୁମାର ପାଣିଗ୍ରାହୀ, ୧୯ନମ୍ବର ଜିଲ୍ଲା ପରିଷଦ ସଭ୍ୟ ପ୍ରମୋଦ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ସୁନାଗରିକ ହେବା ନିମନ୍ତେ କହିଥିଲେ । ପ୍ରାରମ୍ଭରେ ପିନ୍ସପାଲଶ୍ରୀ ସ୍ୱାଇଁ ସ୍ୱାଗତ ଭାଷଣ ଦେବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ । ଶିକ୍ଷୟତ୍ରୀ ସୁନୀତା ପାତ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ପାଠ ଏବଂ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ଚମାଖଣ୍ଡି ଥାନା ଅଧିକାରୀ ସୀତାଂଶୁ ଶେଖର ମାନ୍ଦାତା, ଚମାଖଣ୍ଡି ସରଂପଚ ସୁସ୍ମିତା ପ୍ରଧାନ, ଶ୍ରୀରାମଚନ୍ଦ୍ରପୁର ସରପଂଚ ରେବତୀ ପ୍ରଧାନ, ସମିତି ସଭ୍ୟା ସୁଷମା ସେଠୀ, ପୋଡ଼ାପଦର ସରପଂଚ ପିତାମ୍ବର ପଣ୍ଡା, ବିପୁଳିଙ୍ଗି ସରପଂଚ ଟି. ନରସିଂହ ରେଡ୍ଡି, ମହାନାଦପୁର ସମିତି ସଭ୍ୟ ଅଶୋକ କୁମାର ପାଣିଗ୍ରାହୀଙ୍କ ସମେତ ସମସ୍ତ ଅଭିଭାବକ ଏବଂ ପଂଚାୟତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।


