ଓଡ଼ିଶା ତରଫରୁ ଧନ୍ୟବାଦ ଅର୍ପଣ କଲେ ସାଇରାମ ଗାନ୍ଧୀ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :ଭାରତର ୧୪ତମ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟୀ କାଳୀନ ରାତ୍ରି ଭୋଜନ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉତ୍ସବରେ ଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ । ଏହି ଅବସରରେ ଓଡ଼ିଶା ତରଫରୁ ସାଇରାମ ଗାନ୍ଧୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି । ଏହାରେ ପ୍ରକାଶଥାଉକି, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ପାଳନ ଅବ୍ୟବହିତ ପୂର୍ବରୁ ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୟରେ ଗାନ୍ଧୀ ଇନ୍ ଓଡ଼ିଶା ଟିମ୍ର ସାଇରାମ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଭେଟି ଧନ୍ୟବାଦ ଜଣାଇଥିଲେ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସ୍ୱଚ୍ଛ ଭାରତ ଅଭିଯାନକୁ ସଫଳ କରିବା ପାଇଁ ସେ ବିଭିନ୍ନ ସମୟରେ ପଦଯାତ୍ରା ଜାରି ରଖିବେ ବୋଲି ସାଇରାମ ଗାନ୍ଧୀ ପ୍ରକାଶ କରିଛନ୍ତି ।


