ଓଡ଼ିଶା ପାଇଲା ୫,୨୮୨.୮୬ କୋଟି ଟଙ୍କାର ଟିକସ ଭାଗ

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ରାଜ୍ୟ ସରକାରମାନଙ୍କୁ ଟିକସ ହସ୍ତାନ୍ତର (ଡିଭୋଲ୍ୟୁସନ)ର ଦୁଇଟି କିସ୍ତି ଜାରି କରିଛନ୍ତି କେନ୍ଦ୍ର ସରକାର । ସ୍ୱାଭାବିକ ମାସିକ ଟିକସ ହସ୍ତାନ୍ତର ପରିମାଣ ୫୮,୩୩୨.୮୬ କୋଟି ଟଙ୍କା ତୁଳନାରେ ୧୦ ଅଗଷ୍ଟ, ୨୦୨୨ରେ କେନ୍ଦ୍ର ସରକାର ୧,୧୬,୬୬୫.୭୫ କୋଟି ଟଙ୍କାର କେନ୍ଦ୍ରୀୟ ଟିକସ ଭାଗ ରାଜ୍ୟମାନଙ୍କୁ ଯୋଗାଇ ଦେଇଛନ୍ତି । ଓଡ଼ିଶାକୁ କେନ୍ଦ୍ର ସରକାରଙ୍କ ଠାରୁ ୫,୨୮୨.୮୬ କୋଟି ଟଙ୍କାର ଟିକସ ଭାଗ ମିଳିଛି । ପୁଞ୍ଜି ଏବଂ ବିକାଶମୂଳକ ବ୍ୟୟକୁ ତ୍ୱରାନ୍ୱିତ କରିବା ଲାଗି ରାଜ୍ୟମାନଙ୍କର କ୍ଷମତା ବୃଦ୍ଧି ସକାଶେ କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତା ଅନୁରୂପ ଅଧିକ ପରିମାଣର ଟିକସ ଡିଭୋଲ୍ୟୁସନ ରାଜ୍ୟମାନଙ୍କୁ ଜାରି କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ