କଂଗ୍ରେସରେ ମିଶିଲେ ଅନ୍ୟ ଦଳର କର୍ମୀ

ଭଣ୍ଡାରିପୋଖରୀ, (ଦୁର୍ଯୋଧନ ଲେଙ୍କା) : ଭଣ୍ଡାରିପୋଖରୀ କଂଗ୍ରେସ କାର୍ଯ୍ୟାଳୟ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୟାବନାପୁର ଗ୍ରାମ ପଞ୍ଚାୟତର ଅନ୍ୟ ଦଳ ପରିତ୍ୟାଗ କରି ଆସିଥିବା ଅନେକ କର୍ମୀ କଂଗ୍ରେସରେ ସାମିଲ ହୋଇଥିଲେ । ମିଶ୍ରଣ ପର୍ବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଭାପତି ସୁବ୍ରତ ଦାସ ଯୋଗଦେଇ ନୂତନ କର୍ମୀ ମାନଙ୍କୁ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ କଂଗ୍ରେସ ସଭାପତି ରଜନୀକାନ୍ତ ଚନ୍ଦ, ମହିଳା ନେତ୍ରୀ ସବିତା ଚନ୍ଦ, ବୟାବନା ପୁର ପଂଚାୟତ ସରପଞ୍ଚ ପ୍ରଶାନ୍ତ କୁମାର ସାହୁ, ଦକ୍ଷିଣବାଡ଼ ସରପଞ୍ଚ ବିଜୟ ଶଙ୍କର ମହାନ୍ତିଙ୍କ ସମେତ ଅନ୍ୟାନ୍ୟ ଦଳୀୟ ନେତୃତ୍ୱ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ