କଂସାର ହାଇସ୍କୁଲରେ ଯୋଗ ଦିବସ ପାଳିତ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର-ସାହସପୁର ନୋଡାଲ ହାଇସ୍କୁଲରେ ୮ମ ଯୋଗ ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶଚନ୍ଦ୍ର ରାଉଳଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ସରୋଜିନୀ ନାୟକଙ୍କ ସମେତ କ୍ରୀଡା ଶିକ୍ଷକ ମନୋଜ କୁମାର ସାହୁ, ନିମପ୍ରିୟଦର୍ଶିନୀ ଚୌଧୁରୀ, ସରିତା ସାହାଣୀ, ରଶ୍ମିତା ଦାସ ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବହୁ ଛାତ୍ର ଛାତ୍ରୀ ଯୋଗ ଦେଇ ଯୋଗାଭ୍ୟାସ କରିଥିଲେ । ଯୋଗ ଦ୍ୱାରା ଶାରୀରିକ କ୍ଷମତା ବଢିବା ସହିତ ଏହା ଦ୍ୱାରା ବିଭିନ୍ନ ରୋଗରୁ ମୁକ୍ତି ମିଳିପାରିବ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ରାଉଳ ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରମେଶ ଚନ୍ଦ୍ର ସେଠୀ ଅନ୍ୟତମ ଅତିଥି ଭାବେ ଏଥିରେ ଯୋଗ ଦେଇଥିଲେ ।