କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟ ଇଂରାଜୀ ବିଭାଗୀୟ ଆଲୋଚନା ଚକ୍ର ଅନୁଷ୍ଠିତ

ସାନଖେମୁଣ୍ଡି, (ପଦ୍ମଲୋଚନ ପାଣିଗ୍ରାହୀ ) :ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ବୁଧବାର ଦିନ ଇଂରାଜୀ ବିଭାଗୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଇଂରାଜୀ ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡଃ . ସନ୍ତୋଷ କୁମାର ପାଢୀଙ୍କ ସଂଯୋଜନାରେ ଅନୁଷ୍ଠିତ ପାଠଚକ୍ର କାର୍ଯ୍ୟକ୍ରମରେ ବ୍ରହ୍ମପୁର ସ୍ଥିତ ଶଶିଭୂଷଣ ରଥ ମହିଳା ମହାବିଦ୍ୟାଳୟ ବିଭାଗୀୟ ମୁଖ୍ୟ ପ୍ରଧ୍ୟାପକ ଡଃ . ରବିନ୍ଦ୍ର କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିବା ସହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏଥିସହ ଉପସ୍ଥିତ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ଆଲୋଚନା ଚକ୍ର ” ଫେମିନିଜମ ଇନ୍ ଲିଟ୍ରେଚର ” ସମ୍ପର୍କିତ ବିଷୟବସ୍ତୁ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ . ପ୍ରଫୁଲ୍ଲ କୁମାର ରାଉତ ଛାତ୍ରଛାତ୍ରୀଙ୍କୁ ସଠିକ ମାର୍ଗ ଦର୍ଶାଇଥିଲେ । ଏହିପରି ମହାବିଦ୍ୟାଳୟ ଇତିହାସ ଓ ରାଜନୀତି ବିଭାଗ ଅଧ୍ୟାପକ ସୁଶାନ୍ତ କୁମାର ପଣ୍ଡା ଓ ରବିନ୍ଦ୍ର ବେହେରା ପ୍ରମୁଖ ମଞ୍ଚାସୀନ ରହିଥିଲେ । ଏହି ପାଠଚକ୍ରରେ ଯୁକ୍ତ ତିନି ଇତିହାସ ବିଭାଗର ପ୍ରଥମ, ଦ୍ବିତୀୟ ଓ ତୃତୀୟ ବର୍ଷର ଛାତ୍ର ଅଂଶଗ୍ରହଣ କରିଥିବା ବେଳେ ବିଭାଗ ପକ୍ଷରୁ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ଅଧ୍ୟାପିକା ଡଃ ସଶ୍ମିତା କୁମାରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଆଲୋଚନା ଚକ୍ରରେ ମହାବିଦ୍ୟାଳୟ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ସମେତ ବିଭାଗୀୟ ଛାତ୍ରଛାତ୍ରୀ ଉପସ୍ଥିତ ରହି ପରିଚାଳନା କରିବାରେ ସହଯୋଗ ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ