କତକଲା ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ କତକଲା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାରତୀ ଗୁରୁ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ ଅଫିସ ମୁଖ୍ୟ କିରାଣୀ ଭାସ୍କର ସାହୁ, ମୁଖ୍ୟ ବକ୍ତା ଭାବେ ସିଆରସିସି ଶଶିକାନ୍ତ ପାତ୍ର, ଏବଂ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି ସଞ୍ଜୀବ କୁମାର ପୋଲାଇ ଓ ପଞ୍ଚାୟତ ୱାର୍ଡ଼ ସଭ୍ୟ ଜୁଗୁନା ସ୍ବାଇଁ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ମାନସୀ କୁମାରୀ ଦାଶ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ