କନ୍ଦଳେଇ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଚନ୍ଦକା-ଡମ୍‌ପଡ଼ା ହସ୍ତୀ ଅଭୟାରଣ୍ୟ ଘେର ମଧ୍ୟରେ ରହିଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ, କନ୍ଦଳେଇର ପ୍ରଥମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ସାମାଜିକ ସଂଗଠନ ଚିନ୍ମୟୀ ଫାଉଣ୍ଡେସନ୍ ଟ୍ରଷ୍ଟ ସହଯୋଗରେ ଆୟୋଜିତ ଉତ୍ସବରେ ପ୍ରଥମ ଶ୍ରେଣୀରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ର, ଛାତ୍ରୀମାନେ କ୍ରୀଡ଼ା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ନିଜର କ୍ରୀଡ଼ା ନୈପୁଣ୍ୟ ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ବିଷ୍ଣୁପ୍ରସାଦ ଡ଼େଙ୍ଗ ଯୋଗଦେଇ ପ୍ରତ୍ୟେକ ଛାତ୍ର, ଛାତ୍ରୀ ଜୀବନରେ ସୁନାଗରିକ ହୋଇ ନିଜ ଗାଆଁ, ବିଦ୍ୟାଳୟ, ରାଜ୍ୟ ସର୍ବୋପରି ଦେଶର ନାମ ଗୌରବାନ୍ୱିତ କରିବା ପାଇଁ ପରାମର୍ଶ ଦେଇଥିଲେ । ସାମାଜିକ କର୍ମୀ ସୁଶାନ୍ତ ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ଓଡ଼ିଶା କୃଷି ଓ ବୈଷୟିକ ବିଦ୍ୟାଳୟର ପୂର୍ବତନ କ୍ରୀଡ଼ା ଅଧିକାରୀ ଗୋପୀମୋହନ ପଟ୍ଟନାୟକ, ଶିକ୍ଷାବିତ୍ ଚନ୍ଦ୍ରଶେଖର ପାଲ୍‌, ଚିନ୍ମୟୀ ଫାଉଣ୍ଡେସନ୍ ଟ୍ରଷ୍ଟର ପ୍ରତିଷ୍ଠାତା ସନ୍ତୋଷୀ ଜୈନ, ସାମାଜିକ କର୍ମୀ ତ୍ରିଲୋଚନ ବେଉରା, ବାଳକୃଷ୍ଣ ରାଉତ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଚିତ୍ର କୁମାର ମାଝୀ, ଶିକ୍ଷକ ସୁବାସ ଓଝା, ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ବ୍ରହ୍ମାକୁମାରୀ ସବିତା, ମୋନାଲିସା ଭଉଣୀ, ବ୍ରହ୍ମାକୁମାର ପୁଷ୍ପକ ଭାଇ, ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ପ୍ରିୟରଞ୍ଜନ ସାମନ୍ତରାୟ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଟ୍ରଷ୍ଟ ପକ୍ଷରୁ ୨୪ଜଣ କୃତୀ ପ୍ରତିଯୋଗୀଙ୍କୁ ଉପସ୍ଥିତ ଅତିଥିମାନେ ପୁରସ୍କୃତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ