କନ୍ଧମାଳ ଜିଲାପାଳଙ୍କ ୧୮ଜଣଙ୍କ ଅଭିଯୋଗ ଶୁଣାଣୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ପଞ୍ଚାୟତ ସମିତି ଅଡିଟୋରିୟମ ହଲରେ କନ୍ଧମାଳ ଜିଲାପାଳ ଆଶିଷ ଈଶ୍ବର ପାଟିଲ ଉପସ୍ଥିତ ରହି ମୋଟ ୧୮ଜଣଙ୍କ ଅଭିଯୋଗ ଶୁଣିଛନ୍ତି। ଅଭିଯୋଗରେ ୬ ଜଣଙ୍କର ଜମିଜମା, ୨ ଜଣଙ୍କ ରାସନ କାର୍ଡ, ଆବାସ ପାଇଁ ୧ ଜଣ ଏବଂ ଅବଶିଷ୍ଟ ୯ ଜଣଙ୍କ ବ୍ୟକ୍ତିଗତ ଅଭିଯୋଗ ଥିଲା। ଅଭିଯୋଗ ଶୁଣାଣୀରେ ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ବରଂଜନ ନାୟକ, ପି ଏ ଆଇ ଟି ଡି ଏ ମଧୁସୂଦନ ବେହେରା, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ, ଉପଖଣ୍ଡ ପୁଲିସ ଅଧିକାରୀ ଡି.ତିରୁପତି ରାଓ ପଟ୍ଟନାୟକ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରିପାଠୀଙ୍କ ସମେତ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ରତିକାନ୍ତ ସାହୁ, ଅତିରିକ୍ତ ତହସିଲଦାର ଭଞ୍ଜନ କହଁର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମିହିର କାନ୍ତ ପ୍ରଧାନ ଓ ଜିଲା କୃଷି ଅଧିକାରୀ ବସନ୍ତ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ