କରଞ୍ଜିଆ ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୦ ତମ ବାର୍ଷିକ ଉତ୍ସବ ପାଳିତ

କରଞ୍ଜିଆ,(ଜିତେନ୍ଦ୍ର ରାଜ): କରଞ୍ଜିଆ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର୬୦ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। କରଞ୍ଜିଆ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ରେ, ପ୍ରଥମେ ସମବେତ ବନ୍ଦେଉତ୍କଳ ଜନନୀ ଗାନପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା ଜଗତ ର ନାଥ ଜଗନ୍ନାଥ ଙ୍କ ନିକଟରେ ପୁଷ୍ପ ମାଲ୍ୟ ଅର୍ପଣ ଓ ପ୍ରଦ୍ବୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।ଏହା ପରେ ଅଧ୍ୟାପକକାଳନ୍ଦୀ ପ୍ରଧାନ ଅତିଥି ମାନଙ୍କ ପରିଚୟ ପ୍ରଦାନ ସହିତ ଅତିଥି ସମ୍ବର୍ଦ୍ଧନା ଦିଆଯାଇଥିଲା। ଅଧ୍ୟାପକ ମନୋଜ ସାହୁ ମହାବିଦ୍ୟାଳୟ ର ବାର୍ଷିକ ବିବରଣୀ ପାଠ କରିଥିଲେ।
ମୁଖ୍ୟ ଅତିଥି ଭାବେ କେନ୍ଦୁଝରସାଂସଦ ଅନନ୍ତ ନାଏକ, ବିଶିଷ୍ଟ ଅତିଥି ଭାବେ ପଦ୍ମଶ୍ରୀ ଦୈତାରୀ ନାଏକ, ମୁଖ୍ୟବକ୍ତା ଭାବେ ଲାଇଟ ଅନ ଯୋଗ କେନ୍ଦ୍ର ଭଦ୍ରକ ର ନିର୍ଦେଶକ ବସନ୍ତ କୁମାର ମଲ୍ଲିକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ।
କରଞ୍ଜିଆ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ଦୈତାରୀ ନାଏକ ଙ୍କୁ ସାଂସଦଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା
ପରେ କରଞ୍ଜିଆ ସ୍ୱୟଂ ଶାସିତ ମହାବିଦ୍ୟାଳୟ ତରଫରୁ ବିଭିନ୍ନ ପ୍ରକାର ବାର୍ଷିକ ପ୍ରତିଯୋଗିତା ରେ କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ।ପରେ ବିଭାଗିୟ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ନରେନ୍ଦ୍ର କୁମାର ପାତ୍ର ମଞ୍ଚ ପରିଚାଳନା କରିଥିବାବେଳେ
ଅଧ୍ୟାପିକାଡ଼ଃ ଗୀତାଞ୍ଜଳି ବର୍ତିଆ ଓ ଅଧ୍ୟାପିକା ଏସ. ସାରଦା ଙ୍କ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ
ଶେଷରେ ଅଧ୍ୟାପକ ସନ୍ଦୀପସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ