କରସିଙ୍ଗ ପଞ୍ଚାୟତରେ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ କରସିଙ୍ଗି ଗ୍ରାମ ପଞ୍ଚାୟତର “ପଞ୍ଚାୟତ ସଂସଦ ଭବନ” ପରିସର ମଧ୍ୟରେ ପଞ୍ଚାୟତର ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗଦେଇ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଲୋକମାନଙ୍କ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଥିଲେ।ସମୀକ୍ଷା ବୈଠକରେ ବ୍ଲକ ସହକାରୀ ଯନ୍ତ୍ରୀ ଗୋପାଳ କୃଷ୍ଣ ଗୌଡ,ସରପଞ୍ଚ ପୁଷ୍ପାଞ୍ଜଳି ସେଠୀ, ସମିତିସଭ୍ଯା ଆରତୀ ନାୟକ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତର ୱାର୍ଡ ପ୍ରତିନିଧି ବୃନ୍ଦଙ୍କ ସମେତ ଗ୍ରାମବାସୀମାନେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ