କରାପଲ୍ଲୀ ଗ୍ରାମ ମଧ୍ୟ ଇଂରାଜୀ ଓ ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ କାର୍ଯ୍ୟକ୍ରମ
ଛତ୍ରପୁର (ଦେବଦତ୍ତ ମହାରଣା): ସ୍ଥାନୀୟ ବ୍ଲକ ଲକ୍ଷ୍ମୀପୁର ପଞ୍ଚାୟତ କରାପଲ୍ଲୀ ଗ୍ରାମ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କାଳିଆ ନାହାକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଲକ୍ଷ୍ମୀପୁର ପଞ୍ଚାୟତ ସମିତି ସଭ୍ୟ ଏନ୍.ଦୁର୍ଯ୍ୟୋଧନ ରେଡ୍ଡୀ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଲକ୍ଷ୍ମୀକାନ୍ତ ଦାଶ, ସମ୍ମାନିତ ଅତିଥି ଅତିଥି ମାଗୁଣି ବିଷୋୟୀ, ସିଆରସିସି ଅଶୋକ କୁମାର ଶତପଥୀ, ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଭିମନ୍ୟୁ ପ୍ରଧାନ, ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର ନାହାକ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ପୋଷାକ ସେମାନଙ୍କ ଅଭିଭାବକଙ୍କୁ ବଣ୍ଟନ କରିଥିଲେ । କାର୍ଯ୍ୟକ୍ରମରେ ଧୀରେନ୍ଦ୍ର ନାଥ ସଭାପତି ସଂଯୋଜନା କରିଥିଲେ ।
ସେହିପରି ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲକ୍ଷ୍ମୀକାନ୍ତ ଦାଶଙ୍କୁ ଅବସରପ୍ରାପ୍ତ ବିଦାୟୀକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାଗୁଣି ବିଷୋୟୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସିତାରାମ ପାତ୍ର ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଲକ୍ଷ୍ମୀପୁର ପଞ୍ଚାୟତ ସମିତି ସଭ୍ୟ ଏନ୍.ଦୁର୍ଯ୍ୟୋଧନ ରେଡ୍ଡୀ, ସମ୍ମାନିତ ଅତିଥି ଭାବେ କାଳିଆ ନାହାକ, ସିଆରସିସି ଅଶୋକ କୁମାର ଶତପଥୀ, ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଭିମନ୍ୟୁ ପ୍ରଧାନ, ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର ନାହାକ ପ୍ରମୁଖ ଯୋଗଦେଇଥିଲେ ।


