କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତା ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ବର : କରୋନା ସମ୍ପର୍କରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ବିବୃତ୍ତି ରଖିଛନ୍ତି । କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଛି । କରେନା ମୁକାବିଲା ପାଇଁ ୨୦୦ କୋଟି ଟଙ୍କାର ପାଣ୍ଠି ରଖାଯାଇଛି । ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ଏହି ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ, କଲେଜ ସହ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ରାଜ୍ୟର ସମସ୍ତ ସିନେମା ହଲ୍‌, ସୁଇମିଂ ଫୁଲ୍‌କୁ ମଧ୍ୟ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ସେହିପରି ସାଂସ୍କୃତିକ କାର୍ଯ୍ୟକ୍ରମ, ବୈଠକ ଆଦି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଧାନସଭା ପରିସରରେ ପାନ ଛେପ ନ ପକାଇବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତା ମାର୍ଚ୍ଚ ୨୯ ତାରିଖ ଯାଏଁ ଗୃହ କାର୍ଯ୍ୟ ବନ୍ଦ କରିବା ପାଇଁ ଶାସକ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଦେଇଛନ୍ତି । ସୂଚନାଯୋଗ୍ୟ, ଭାରତରେ କରୋନା ପୀଡ଼ିତଙ୍କ ସଂଖ୍ୟା ବୃଦ୍ଧି ହେଉଥିବାବେଳେ କରୋନାରେ ମୃତ୍ୟୁବରଣ କରିଛନ୍ତି । କର୍ଣ୍ଣାଟକାରେ ମହାମାରୀ କରୋନା ଭାଇରସ ପ୍ରଥମ ମୁଣ୍ଡ ନେଇଛି। ଗତକାଲି କର୍ଣ୍ଣାଟକର ଜଣେ ୭୬ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଦିଲ୍ଲୀ ସରକାର ମଧ୍ୟ ଏହାକୁ ମହାମାରୀ ଘୋଷଣା କରି ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ସ୍କୁଲ, ସିନେମା ହଲ୍‌ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ