କରୋନାରୁ ସୁସ୍ଥ ହେଲେ ଆଉ ୧୧୨

ଭୁବନେଶ୍ୱର: କରୋନାରୁ ଆଉ ୧୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୭୧୬ରେ ପହଁଚିଛି । କେନ୍ଦ୍ରାପଡ଼ାରୁ ୩୩, ବଲାଙ୍ଗୀରରୁ ୧୬, ଯାଜପୁରରୁ ୧୧, ସୁନ୍ଦରଗଡ଼ରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଖୋର୍ଦ୍ଧାରୁ ୭, କଟକ ଓ ସୋନପୁରରୁ ୪ ଲେଖାଏଁ, ବାଲେଶ୍ୱର, ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ନୟାଗଡ଼ରୁ ୨ ଓ ମୟୂରଭଞ୍ଜରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଯୋଗ୍ୟଯେ, ରାଜ୍ୟରେ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଁଚିଛି । ଅପରପକ୍ଷରେ ୧୬୦୪ ଜଣ ସୁସ୍ଥ ହୋଇଥିବାବେଳେ ୧୧୬୭ ଜଣ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ୮ ଜଣ କରୋନାରେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ରୋଗରେ ପୀଡ଼ିତ ହୋଇ ୨ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ