କରୋନାର ମୁକାବିଲା ଯୋଦ୍ଧାଙ୍କୁ ରାଜ୍ୟ ସରକାରଙ୍କ ବାର୍ତ୍ତା ଚିଅର୍ ଅପ୍ ଇୟୋର ଟିମ୍

ଛତ୍ରପୁର (ଓ୍ବାଇଏନ୍ଏସ୍) :ଗଞ୍ଜାମ ଜିଲ୍ଲାରେ କରୋନାର ପ୍ରଭାବ ବିସ୍ତାରକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ବାର୍ତ୍ତା ଚିଅର୍ ଅପ୍ ଇୟୋର ଟିମ୍ ପ୍ରଦାନ କରିଛନ୍ତି ଫାଇଭ୍ ଟି ସଚ୍ଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ । ପ୍ରାରମ୍ଭରୁ ଗଞ୍ଜାମ ଜିଲ୍ଲା କରୋନା ମୁକାବିଲାରେ ସଫଳତା ପ୍ରଦର୍ଶନ କରିଆସିଛି । ପର୍ଯ୍ୟୟ କ୍ରମେ ଏହା ଗ୍ରୀନ୍ ରୁ ଅରେଞ୍ଜ ଏବଂ ରେଡ୍ ଜୋନ୍ ହୋଇଯାଇଛି । ଏହି ଆହ୍ବାନକୁ ଧର୍ଯ୍ୟର ସହିତ ମୁକାବିଲା କରିବା ପାଇଁ ଜିଲ୍ଲାପାଳ ଏବଂ ତାଙ୍କ ଟିମ୍ କୁ ଫାଇଭ୍ ଟି ସଚ୍ଚିବ ତାରିଫ୍ କରିଛନ୍ତି । ଏଥିରେ ମଧ୍ୟ ସେ ବ୍ୟକ୍ତିଗତ ଭାବେ ସାମିଲ୍ ହେବେ ବୋଲି ପ୍ରକାଶ କରିଛନ୍ତି । ଓଡିଶାରୁ ଗଞ୍ଜାମ ଜିଲ୍ଲାର ସର୍ବାଧିକ ଲୋକ ଅନ୍ୟ ରାଜ୍ୟରେ କାର‌୍ୟ୍ୟରତ ଥିଲେ । କରୋନା ଲକ୍ ଡାଉନ୍ ପାଇଁ କର୍ମ ସଂସ୍ଥାନ ବନ୍ଦ ହୋଇଯିବାରୁ ସେମାନଙ୍କର ଦୁର୍ଦ୍ଦଶା ବଢିଯାଇଥିଲା । ମଇ ୩ ତାରିଖ ପରେ ଲକ୍ ଡାଉନ୍ କଟକଣା କୋହଳ ମଧ୍ୟରେ ପ୍ରବାସୀ ମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ଅନ୍ତର୍ଭୁକ୍ତ ଥିଲା । ଅନ୍ୟାନ୍ୟ ଯାନରେ ପ୍ରତ୍ୟାବର୍ତ୍ତନ କରିବା ଅପେକ୍ଷା ରେଳ ବ୍ୟବସ୍ଥା ଅଧିକ ସୁରକ୍ଷିତ ଥିବାରୁ କେବଳ ରେଳରେ ପ୍ରବାସୀମାନେ ଫେରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ପ୍ରବାସୀ ମାନଙ୍କ ଦୁର୍ଦ୍ଦଶାକୁ ନଜରରେ ରଖି ସେମାନଙ୍କୁ ଭିଟାମାଟିକୁ ଫେରାଇ ଅଣାଯିବ । ଗଞ୍ଜାମ ଜିଲ୍ଲା ରେ କରୋନା ଗୋଷ୍ଠୀ ସଂକ୍ରମଣ ହୋଇନାହିଁ । ଯେଉଁ ପ୍ରବାସୀ ମାନଙ୍କର କିଛି ଲକ୍ଷଣ ଦେଖାଯାଉଛି ତାଙ୍କର ଉପଯୁକ୍ତ ପରୀକ୍ଷା କରାଯାଇ ଜନସାଧାରଣଙ୍କ ଠାରୁ ଦୂରେଇ ରଖିବା ସହିତ ଉପଯୁକ୍ତ ଚିକିତ୍ସା କରାଯାଉଛି । କାହାର କିଛି ଲକ୍ଷଣ ଦେଖାଦେଲେ ସ୍ବତଃପ୍ରବୃତ ଭାବରେ କର୍ତ୍ତୃପକ୍ଷଙ୍କୁ ଜଣାଇବା ପାଇଁ ସଚ୍ଚିବ କହିଛନ୍ତି । ପ୍ରତ୍ୟେକ କ୍ବାରେଣ୍ଟାଇନ୍ କେନ୍ଦ୍ରରେ ଭୋଜିଭାତ ପରି ଖାଇବାପିଇବା କରିବା, ମନୋରଞ୍ଜନ ଏବଂ ଅନ୍ତେବାସୀମାନେ ଶ୍ରମଦାନ କରି କିଛି ଅର୍ଥ ଉପାର୍ଜନ କରିବାକୁ ସଚ୍ଚିବ ପରାମର୍ଶ ଦେଇଛନ୍ତି . । ଏହା ସହିତ ସଚ୍ଚିବ ମଧ୍ୟ ଧରାକୋଟ ବ୍ଲକ୍ , କବିସୂର‌୍ୟ୍ୟ ନଗର ବ୍ଲକ୍, ପୋଲସରା ବ୍ଲକ୍, ଆସ୍କା ବ୍ଲକ୍, ଖଲ୍ଲିକୋଟ ବ୍ଲକ୍, କୁକୁଡାଖଣ୍ଡି ବ୍ଲକ୍ ଓ ହିଞ୍ଜିଳି ବ୍ଲକ୍ ର ସରପଞ୍ଚ ମାନଙ୍କ ସହିତ ବ୍ୟକ୍ତିଗତ ବାର୍ତ୍ତାଳାପ କରିଥିଲେ । ଓଡିଶା ପ୍ରଥମ ରାଜ୍ୟ ଯିଏକି କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛି । ପୂର୍ବରୁ ଓଡିଶା ସରକାର ବିଦେଶ ଫେରନ୍ତା, ନିଜାମୁଦ୍ଦିନ୍ ଫେରନ୍ତା ଓ ପଶ୍ଚିମବଙ୍ଗରୁ ଫେରିଥିବା ବ୍ୟକ୍ତି ମାନଙ୍କର ସଫଳ କରୋନା ମୁକାବିଲା କରିପାରିଛନ୍ତି । ସରପଞ୍ଚମାନଙ୍କ ଉଦାରତା ଓ କର୍ତ୍ତବ୍ୟନିଷ୍ଠାକୁ ନେଇ ବିଭିନ୍ନ ରାଜ୍ୟରୁ ପ୍ରବାସୀ ଫେରନ୍ତା ମାନଙ୍କ କରୋନା ମୁକାବିଲା ସଫଳତାର ସହିତ କରାଯାଇପାରିବ ବୋଲି ସଚ୍ଚିବ କହିଥିଲେ, ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ଜିଲ୍ଲା ଶିଳ୍ପ କେନ୍ଦ୍ର ପରିଚାଳକ ଅନାମ ଚରଣ ପାତ୍ର, ବ୍ରହ୍ମପୁର ଉପଜିଲ୍ଲାପାଳ ସିନ୍ଦେ ଦତ୍ତାତ୍ରେୟ ଭାଉ ସାହେବ, ସ୍ବତନ୍ତ୍ର ଅଧିକାରୀ ପି.ଅନ୍ବେଷା ରେଡ୍ଡୀ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି , ବିଭିନ୍ନ ବ୍ଲକ୍ ଉନ୍ନୟନ ଅଧିକାରୀ ଓ ସମସ୍ତ ସରପଞ୍ଚ ଯୋଗଦେଇଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ