କରୋନା କବଳରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌

ଲଣ୍ଡନ : କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ । ଶୁକ୍ରବାର ଲଣ୍ଡନ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ୨୪ ଘଣ୍ଟା ଧରି ଜନ୍‌ସନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନରହିବାରୁ ପରୀକ୍ଷଣରୁ କରୋନା ସଂକ୍ରମିତ ଥିବା ଜଣାପଡିଛି । ବର୍ତ୍ତମାନ ଜନ୍‌ସନ୍‌ଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଯାଇଥିବା ବେଳେ ସରକାରୀ କାର୍ଯ୍ୟକଳାପ ଜନ୍‌ସନ୍‌ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରିବେ ବୋଲି ଜଣାପଡିଛି । ଉଲ୍ଲେଖଯୋଗ୍ୟ ଯେ, ଦୁଇ ଦିନ ତଳେ ବ୍ରିଟେନ୍‌ର ଯୁବରାଜ ପ୍ରିନ୍‌ସ ଚାର୍ଲସ୍‌ କରୋନାରେ ସଂକ୍ରମିତ ହୋଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ