କରୋନା ଭାଇରାସର ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି

ଯାଜପୁର:ଯାଜପୁରରେ କରୋନା ଭାଇରାସର ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କଳିଙ୍ଗନଗର ଅତିିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର,ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ,ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଙ୍କ ସମେତ ବିଭିିନ୍ନ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । କରୋନା ଭାଇରସକୁ ନ ଡରି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଥିଲା । ବିଶେଷ କରି ପରିସ୍କାର ପରିଚ୍ଛନ୍ନ ଉପରେ ଗୁରୁତ୍ୱ ଦେବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ