କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ
କେନ୍ଦ୍ରାପଡା ,(ଚିତ୍ତରଞ୍ଜନ ଦାସ) : ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୭ ଜଣ କରୋନା ସଂକମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଜିସୁଧା ଜିଲ୍ଲାରେ ମୋଟ ୬୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୪୯୮ଜଣ ସୁସ୍ଥ ହୋଇଥିବା ବେଳେ ୧୬୬ ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ୪୯ହଜାର ୦୯୦ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୯୫ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୭ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୪୨, ମହାକାଳପଡା ବ୍ଲକର ୦, କେନ୍ଦ୍ରାପଡା ପୈାରାଚଂଳ ୫, ମାର୍ଶାଘାଇ ବ୍ଲକର ୮, ରାଜନଗର ବ୍ଲକର ୧୨, ରାଜକନିକା ବ୍ଲକର ୧୭, ଆଳି ବ୍ଲକର ୩, ଡେରାବିଶି ବ୍ଲକର ୧ ଓ ଗରଦପୁର ବ୍ଲକର ୦ ଜଣ ଅଛନ୍ତି । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।