କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ

କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । କେନ୍ଦ୍ରାପଡା ଜିଲ୍ଲାରେ ଆଜି ୨୭ ଜଣ କରୋନା ସଂକମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଜିସୁଧା ଜିଲ୍ଲାରେ ମୋଟ ୮୮୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୬୪୨ଜଣ ସୁସ୍ଥ ହୋଇଥିବା ବେଳେ ୨୪୨ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ୫୦ହଜାର ୨୧୩ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୧୫୩ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ଶୁନଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୭୨ଜଣ, ମହାକାଳପଡା ବ୍ଲକର ୪, କେନ୍ଦ୍ରାପଡା ପୈାରାଚଂଳ ଶୁନ, ମାର୍ଶାଘାଇ ବ୍ଲକର ଶୁନ, ରାଜନଗର ବ୍ଲକର ୩୨, ରାଜକନିକା ବ୍ଲକର ୧୮, ଆଳି ବ୍ଲକର ୫, ଡେରାବିଶି ବ୍ଲକର ୧୯ ଓ ଗରଦପୁର ବ୍ଲକର ୩ ଜଣ ଅଛନ୍ତି । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ