କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁସାରେ କେବଳ କଂଟେନମେଂଟ ଜୋନ ଗୁଡିକରେ ପ୍ରଶାସନର ନିଷ୍ପତି ଅନୁଯାଇ ଆବଶ୍ୟକୀୟ କଟକଣା ଲାଗୁ କରାଯିବ । କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ଅନୁଯାଇ ଜନସାଧାରଣ ମାସ୍କ ପିନ୍ଧିବା ଓ ସାମାଜିକ ଦ୍ୱରତା ରକ୍ଷା କରିବା ବାଧ୍ୟତାମୂଳକ କରାଯାଇଛି । ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । କେନ୍ଦ୍ରାପଡା ଜିଲ୍ଲାରେ ଆଜି ୮୫ ଜଣ କରୋନା ସଂକମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଜିସୁଧା ଜିଲ୍ଲାରେ ମୋଟ ୨୦୨୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୨୫୦ଜଣ ସୁସ୍ଥ ହୋଇଥିବା ବେଳେ ୭୭୦ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ୫୭ହଜାର ୯୯୨ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୨୨୧ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ଶୁନ, ପଟ୍ଟାମୁଣ୍ଡାଇ ବ୍ଲକର ଶୁନ , ମହାକାଳପଡା ବ୍ଲକର ୩୦, କେନ୍ଦ୍ରାପଡା ପୈାରାଚଂଳ ଶୁନ, ପଟ୍ଟାମୁଣ୍ଡାଇ ପୈାରାଂଚଳ ୧, ମାର୍ଶାଘାଇ ବ୍ଲକର ୧, ରାଜନଗର ବ୍ଲକର ୧୧, ରାଜକନିକା ବ୍ଲକର ୧୦, ଆଳି ବ୍ଲକର ୧୫୦, ଡେରାବିଶି ବ୍ଲକର ୧ ଓ ଗରଦପୁର ବ୍ଲକର ୧୭ ଜଣ ଅଛନ୍ତି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।