କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୩୦ ଜଣ କରୋନା ସଂକମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଜିସୁଧା ଜିଲ୍ଲାରେ ମୋଟ ୨୭୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୮୦୪ ଜଣ ସୁସ୍ଥ ହୋଇଥିବା ବେଳେ ୯୭୯ ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ବାହାର ରାଜ୍ୟ ମାନଙ୍କରୁ ଆସୁଥିବା ପ୍ରବାସୀ ମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ୫୯ହଜାର ୮୯୪ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୨୪ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ଶୁନ, ପଟ୍ଟାମୁଣ୍ଡାଇ ବ୍ଲକର ୩, ମହାକାଳପଡା ବ୍ଲକର ୩, କେନ୍ଦ୍ରାପଡା ପୌରାଞ୍ଚଳ ଶୁନ, ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଶୁନ, ମାର୍ଶାଘାଇ ବ୍ଲକର ୨, ରାଜନଗର ବ୍ଲକର ଶୁନ, ରାଜକନିକା ବ୍ଲକର ଶୁନ, ଆଳି ବ୍ଲକର ୫, ଡେରାବିଶି ବ୍ଲକର ୧ ଓ ଗରଦପୁର ବ୍ଲକର ୧୦ ଜଣ ଅଛନ୍ତି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।