କରୋନା ଯୋଦ୍ଧାଙ୍କ ପାଇଁ କ୍ୟାବିନେଟ ନିଷ୍ପତ୍ତି

ନୂଆଦିଲ୍ଲୀ: କରୋନା ଯୋଦ୍ଧା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀଙ୍କ ପାଇଁ ବୁଧବାର ଏକ ବଡ଼ ଘୋଷଣା କରାଯାଇଛି । କରୋନା ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । କରୋନା ଯୋଦ୍ଧାଙ୍କ ସୁରକ୍ଷା ପାଇଁ ଆସିଥିବା ଅଧ୍ୟାଦେଶକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । କ୍ୟାବିନେଟ ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେ଼କର ଏନେଇ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ-
୧- ଏଣିକି କରୋନା ଯୋଦ୍ଧାଙ୍କ ଉପରେ ଆକ୍ରମଣ ହେଲେ ବରଦାସ୍ତ କରାଯିବନି
୨- କରୋନା ଯୋଦ୍ଧାଙ୍କୁ ଆକ୍ରମଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
୩- ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ ଓ ଆଶା କର୍ମୀଙ୍କୁ ଆକ୍ରମଣ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
୪- ଆକ୍ରମଣକାରୀଙ୍କୁ ୩ ମାସରୁ ୭ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ବ୍ୟବସ୍ଥା ରହିଛି
୫- ଆକ୍ରମଣକାରୀଙ୍କ ପ୍ରତି ୫୦ ହଜାରରୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜୋରିମାନା
୬- ଯାହା କ୍ଷତି ଘଟିବ, କ୍ଷତିପୂରଣ ଆକାରରେ ଡବଲ ଆଦାୟ କରାଯିବ
୭- ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ବୀମା ଘୋଷଣା

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ