କରୋନା ଯୋଦ୍ଧାଙ୍କ ସହ ଆଜି କନ୍ଧମାଳରେ ୬୦ ସଂକ୍ରମିତ ଚିହ୍ନଟ

ଫୁଲବାଣୀ,(ପ୍ରଶାନ୍ତ କୁମାର ବେହେରା): କନ୍ଧମାଳ ଜିଲ୍ଲାରେ ଆଜି ୨ ଜଣ କରୋନା ଯୋଦ୍ଧାଙ୍କ ସମେତ ୬୦ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୩୭ ପହଂଚିଛି । ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଆଜି ସୁଦ୍ଧା ୪,୧୯୩ ଜଣ ସଂକ୍ରମିତ ସୁସ୍ଥ ହୋଇ ସେମାନଙ୍କ ଘରକୁ ଫେରିଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ଜିଲ୍ଲାରେ ୨୩ ରହିଛି, ଆଉ ୫୨୧ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ଫୁଲବାଣୀ ପୌରାଞ୍ଚଳରେ ୬ ଜଣ ଓ ଗ୍ରାମାଞ୍ଚଳରେ ୩ ଜଣ ଚିହ୍ନଟ ହୋଇଛନ୍ତି ସେହିପରି ବାଲିଗୁଡା ବିଜ୍ଞାପିତ ଅଞ୍ଚଳରୁ ୨ଜଣ, ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ଏବଂ ଗ୍ରାମାଞ୍ଚଳରୁ ଜଣେ ଲେଖାଏଁ,ଚକାପାଦରେ ୯,ଦାରିଙ୍ଗବାଡିରେ ୫, କ.ନୁଆଗାଁରେ ୩,ଖଜୁରିପଡାରେ ୩ ,ଫିରିଙ୍ଗିଆ ୯,ରାଇକିଆ ୧୩,ଟିକାବାଲିର ଜଣେ, ତୁମୁଡିବନ୍ଧ ଅଞ୍ଚଳରୁ ୩ ଜଣ ଏବଂ ଅନ୍ୟ ଅଞ୍ଚଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୁତ୍ରରୁ ଜଣାପଡିଛି । ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି । ଅତି ଆବଶ୍ୟକ ହେଲେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୁରତା ବଜାୟ ରଖି ଯାତାୟାତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ