କରୋନା ସଚେତନତା ସହ ଚାଷୀଙ୍କୁ ଜୈବିକ ଖତ ପ୍ରଦାନ କଲେ ଜିଲ୍ଲାପାଳ

ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ଗାନ୍ଧୀଜୟନ୍ତି ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ଏକ ମାସ ଧରି କରୋନା ସଚେତନତା ସକାଶେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମୀ ଓ ନେତୃବର୍ଗଙ୍କୁ ଆହ୍ୱାନ ଜଣାଇଛନ୍ତି । ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗାନ୍ଧୀ ଜୟନ୍ତି ଅବସରରେ ସ୍ଥାନୀୟ ପୌର ପ୍ରଶାସନ ପକ୍ଷରୁ ହିଞ୍ଜିଳି ନେତାଜୀ କଲ୍ୟାଣ ମଣ୍ଡପ ପରିସରରେ କରୋନା ସଚେତନତା ଓ ମୋ ଖତ କାର୍ଯ୍ୟକ୍ରମ କରାଯାଇଥିଲା । ଆୟୋଜିତ କାର୍ଯ୍ୟକ୍ରମକରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତାତ୍ରୟ ଭାଉ ସାହେବ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ । ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ବହୁ ମାତ୍ରାରେ ହ୍ରାସ ପାଇଥିବା ବେଳେ ମଧ୍ୟ ସମ୍ପୁର୍ଣ୍ଣ ବିପଦ ମୁକ୍ତ ହୋଇପାରିନାହିଁ । ବଜାରରେ କରୋନା ଟୀକା ଉପଲବ୍ଧ ନ ହେବା ପର୍ଯ୍ୟନ୍ତ ସାମାଜିକ ଦୂରତ୍ୱ ରକ୍ଷା, ମାସ୍କ ବ୍ୟବହାର ସହ ସରକାରଙ୍କ ସମସ୍ତ କୋଭିଡ଼ କଟକଣାକୁ ମାନି ଚଳିବା ପାଇଁ ପରାମର୍ଶ ଦେବା ସହ କରୋନା ସଚେତନ କରାଇଥିଲେ । ମୋ ଖତ କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ପୌରାଂଚଳର ବହୁ ଚାଷୀଙ୍କୁ ଜୈବିକ ଖତ କିଟ୍ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଡ଼ିଓ ପ୍ରସନ କୁମାର ପାତ୍ର, ତହସିଲଦାର ଜନ୍ମେଜୟ ସାହୁ, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, ପୌର କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ, ଦିଲ୍ଲିପ କୁମାର ମିଶ୍ର, ପୌର କର୍ମଚାରୀ ବିବେକାନନ୍ଦ ମହାପାତ୍ର, ଅଶ୍ୱିନି ନାୟକ, ଇ. କିଶାନ କୁମାର ପାତ୍ର, ଲାଲ ମୋହନ ସେଠି, କୋଭିଡ଼ ମନିଟର, ସ୍ୱଚ୍ଛ ସାଥୀ, ସୁପରଭାଇଜର, ଅଙ୍ଗନୱାଡ଼ି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ