କର୍ଫ୍ୟୁ କୋହଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆସୁଛି ରଜ । ତେବେ ଏହି ରଜ ପାଇଁ କର୍ଫ୍ୟୁକୁ କୋହଳ କରାଯାଇଛି । ଆସନ୍ତା ୧୨ ତାରିଖ ଶୁକ୍ରବାର ଦିନ ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି । ୧୨ ତାରିଖ ଦିନ ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟାରୁ କର୍ଫ୍ୟୁ ଲାଗିବ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି । ରବିବାର ପହିଲି ରଜ ଥିବା ବେଳେ ଶନିବାର ଓ ରବିବାର ସଟ୍ ଡାଉନ୍ ରହିବ । ତେଣୁ ଶୁକ୍ରବାର ସଂଧ୍ୟାର କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ପ୍ରକାଶ ଯେ, ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ସାରା ଓଡ଼ିଶାକୁ କବଳିତ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ପଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିରେ ଲାଗିଛି । ପ୍ରବାସୀମାନେ ଏବେ କରୋନା ଭୂତାଣୁକୁ ସାଙ୍ଗରେ ଆଣି ଆସିଥିବାରୁ ସେମାନଙ୍କୁ କିଭଳି ଠିକଣା ସମୟରେ ଚିହ୍ନଟ କରାଯିବ ଓ ସଙ୍ଗରୋଧରେ ଶୃଙ୍ଖଳିତଭାବେ ରଖାଯିବ ତାହା ରାଜ୍ୟ ସରକାରଙ୍କ ପାଇଁ କଷ୍ଟକର ବ୍ୟାପାର ହୋଇଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ରାତି ୭ରୁ କର୍ଫ୍ୟୁ ନେଇ ଘୋଷଣା କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ