କର୍ଲାମୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ
ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି କର୍ଲାମୁଣ୍ଡାସ୍ତିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ , ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବି ଡି ଓ ସୁଚରିତା ମୁଗ୍ରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୦୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।


