କାଦପଡା ବିଦ୍ୟାଳୟରେ “ସୁନେତ୍ର” କାର୍ଯ୍ୟକ୍ରମ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ କାଦପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ସୁନେତ୍ର” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମକୁ ବୁଗୁଡା ବିଇଓ କବିବର ପ୍ରଧାନ ଉଦଘାଟନ କରିଥିଲେ। ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ସୋନାଲିନ ପଣ୍ଡା ଓ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ଡାକୁଆଙ୍କ ତତ୍ତ୍ୱାବଧାନରେ ଏହି ଦୃଷ୍ଟିଶକ୍ତି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହି ସୁନେତ୍ର କାର୍ଯ୍ୟକ୍ରମରେ ଅନ୍ତରପଡା, ବିଷ୍ଣୁଚକ୍ର ଓ ବାଲିପଦର କ୍ଲଷ୍ଟରର ୩୨ ଟି ବିଦ୍ୟାଳୟର ୩୧୧ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା। ସିଆରସିସି ତ୍ରିନାଥ ମହାରଣା, କାଦପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ନାୟକଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ