କାଦବରାଙ୍ଗ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟ ଆରମ୍ଭ

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକରେ ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟ ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟକୁ ତ୍ୱାରାନ୍ୱିତ କରିବା ଲାଗି ବ୍ଳକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏପରିପେକ୍ଷୀରେ ରବିବାର କାଦବରାଙ୍ଗ ପଞ୍ଚାୟତରେ ୭ ଜଣ ହିତାଧିକାରୀ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି । ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ନିଶାକର ଖୁଣ୍ଟିଆଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହୋଇଛି । ଏହି ପଞ୍ଚାୟତରେ ମୋଟ ୧୩୭ ଜଣ ହିତାଧିକାରୀ ଅଗ୍ରାଧିକାର ତାଲିକାରେ ଥିଲେ । ସେମାନଙ୍କ ମଧ୍ୟରୁ ୯୨ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯିବା ନେଇ କାଗଜପତ୍ର ସଂଗ୍ରହ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ