କାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ !
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):କାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଦକ୍ଷିଣ ଆଣ୍ଡାମାନରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା । ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରିବା ସହ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ମଧ୍ୟ ସମ୍ଭାବନା ରହିଛି ।୮ ତାରିଖ ବେଳକୁ ଏହା ତାମିଲନାଡୁ ଓ ପଡୁଚେରି ଉପକୂଳରେ ପହଞ୍ଚିପାରେ । ତେବେ ଓଡ଼ିଶା ରେ ଲଘୁଚାପର କରଣ ପ୍ରଭାବ ପଡ଼ିବ ତାହା ସ୍ପଷ୍ଟ ହୋଇନାହିଁ । ଲଘୁଚାପ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ସେପଟେ ଜାଡ଼ରେ ଥରୁଛି ଦକ୍ଷିଣ ଓ ଆଭ୍ୟନ୍ତରିଣ ଓଡ଼ିଶା । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଲମତାପୁଟରେ ରାତି ତାପମାତ୍ରା ୮ଡିଗ୍ରୀ ରେକର୍ଡ କରାଯାଇଛି । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିଛି । ଅନ୍ୟପଟେ ଶୀତର ମଜା ନେଉଛନ୍ତି ପର୍ଯ୍ୟଟକ ।