କାଶୀନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ୩୫ୟୁନିଟ ରକ୍ତ ସଂଗୃହୀତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ଶନିବାର ଦିନ କାଶୀନଗର ଠାରେ ଏକ ରକ୍ତ ଦାନ ଶିବିର ଆୟୋଜିତ ହୋଇଯାଇଛି । ଓଡିଶା – ମୋ ପରିବାର ଜୀବନବିନ୍ଦୁ ଆମୁକୂଲ୍ୟରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଏହାର ଆୟୋଜନ କରାଯାଇଥିଲା । ଏହାକୁ ଆନୁଷ୍ଠାନିକ ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଉଦ୍‌ଘାଟନ କରିଥିଲେ । ବ୍ଲକ ବିଜେଡି ସଭାପତି ରକମ୍ ରାମ ପ୍ରସାଦଙ୍କ ଆୟୋଜନରେ ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡି ସଭାପତି ପ୍ରଦୀପ କୁମାର ନାୟକ, ଜିଲ୍ଲା ବିଜେଡି ଯୁବ ସଭାପତି ଏସ୍‌.ଲିଙ୍ଗରାଜୁ, ଓଡିଶା – ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ଜିଲ୍ଲା ସଂଯୋଜିକା ଇନ୍ଦିରା ପଟ୍ଟନାୟକ ପ୍ରମୁଖଙ୍କ ସମେତ କାଶୀନଗର ବ୍ଲକସ୍ତରୀୟ ନେତା, ଏନ୍‌ଏସି ଓ ଜିଲ୍ଲାସ୍ତରୀୟ ଅନେକ ନେତା ଓ କର୍ମୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଏଥିରେ ୩୫ଜଣ ବିଜେଡି କର୍ମୀମାନେ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ମୋଟ ୩୫ ୟୁନିଟ ରକ୍ତ ସଂଗୃହିତ ହୋଇଥିବା ଦଳୀୟ ସୂତ୍ରରୁ ପ୍ରକାଶ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ