କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦଘାଟନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ଵାରା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମ ଉଦଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୧୦ ଦିନ ଧରି ଚାଲୁ ରହିବ ଏବଂ ଏଥିରେ ନୂଆଗଡ ବ୍ଲକର ବିଭିନ୍ନ ଗ୍ରାମରୁ ମୋଟ ୩୦ ଜଣ ମହିଳା ଓ ପୁରୁଷ ତାଲିମ ନେଉଥିବାର ସୂଚନା ପ୍ରଦାନକରାଯାଇଛି । ଉଦଘାଟନ ସଭାରେ ଅନୁଷ୍ଠାନର ନିର୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମାଙ୍କ ସଭାପତିତ୍ଵ ରେ ମୁଖ୍ୟଅତିଥି ରୂପେ ଉପଜିଲ୍ଲା ପଶୁଧନ ଅଧିକାରୀ ରମାକାନ୍ତ ରଣା, ସମ୍ମାନିତଅତିଥି ରୂପେ ଜିଲ୍ଲା ଲିଡ ବ୍ୟାଙ୍କ ମେନେଜର କିଶୋର ଚନ୍ଦ୍ର ନାଇକ ଯୋଗ ଦେଇଥିଲେ । ସମସ୍ତ ଅତିଥି ଏବଂ ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ । ଶେଷରେ ଅନୁଷ୍ଠାନର ପ୍ରାଧ୍ୟାପକ ଦିଲ୍ଲୀପ କୁମାର ତନ୍ତି ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ