କୁଳପତିଙ୍କ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପରିଦର୍ଶନ

ପୋଲସରା, (ଅନିଲ କୁମାର ମହାରଣା):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାସ ଜାନୁଆରୀ ୨୪ ତାରିଖ ଦିନ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପରିଦର୍ଶନରେ ଆସିଥିବା ଜଣାପଡିଛି। କୁଳପତି ଶ୍ରୀମତୀ ଦାସ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ପହଞ୍ଚିବା ପରେ ପ୍ରିନ୍ସପାଲ ଡକ୍ଟର ଦିବାକର ମିଶ୍ର ଏବଂ ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରିଥିଲେ। କୁଳପତି ଶ୍ରୀମତୀ ଦାସ କଲେଜର ବିଭିନ୍ନ ବିଭାଗ ପରିଦର୍ଶନ ପରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରିନ୍ସପାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭିସି. ଶ୍ରୀମତୀ ଦାସ ଆନ୍ତରିକ ଗୁଣବତ୍ତା ଆଶ୍ୱାସନା ପ୍ରକୋଷ୍ଟ (IQAC) ସଂଯୋଜକଙ୍କ ସମେତ ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦଙ୍କୁ ରାଷ୍ଟ୍ରୀୟ ମୂଲ୍ୟାଙ୍କନ ଓ ପ୍ରତ୍ୟାୟନ ପରିଷଦ (NAAC) ସମ୍ପର୍କରେ ସମସ୍ତ ନିୟମ ଅବଗତ କରିବା ସହ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ। ଶେଷରେ ରବୀନ୍ଦ୍ର ନାଥ ପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ