କୃତୀ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା
ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ଡଗରପଡା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଗତ ମାଟ୍ରିକ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପ୍ରଧାନଶିକ୍ଷକ ପଦ୍ମନାଭ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏବିଇଓ ଉମେଶ ଚନ୍ଦ୍ର ଜେନା, ମୁଖ୍ୟ ବକ୍ତା ଭାବେ କାର୍ତ୍ତିକ ଚନ୍ଦ୍ର ସ୍ୱାଇଁ, ଅରୁଣ କୁମାର ବେହୁରିଆ, ସୁବାଷ ପାତ୍ର, ବାସୁଦେବ ମହାପାତ୍ର ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ। ଶିକ୍ଷକ ପରେଶ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ କାର୍ଯ୍ୟକ୍ରମକୁ ଦିବାକର ସ୍ୱାଇଁ, ଧନେଶ୍ୱର ନାୟକ, ସୁବାଷ ପଳତା ପ୍ରମୁଖ ପରିଚାଳନା କରିଥିଲେ।


