କେନ୍ଦୁଆପଦାରେ ଆମ ଓଡିଶା ନବୀନ ଓଡିଶାର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ୧୬ନଂ.ଜୋନ୍ ଅଧିନ କେନ୍ଦୁଆପଦା ଠାରେ ଆମ ଓଡିଶା ନବୀନ ଓଡିଶାର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ବିଜେଡି ସଭାପତି ବିଜୟ କୁମାର ଖଟୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଧାୟକ ପ୍ରଫୁଲ୍ଲ ସାମଲ, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀକାନ୍ତ ମହାନ୍ତି, ବିଡିଓ ପ୍ରଦୀପ କୁମାର ସେଠୀ, ବ୍ଲକ ଉପାଧ୍ୟକ୍ଷା ପ୍ରଗତିବାଳା ସ୍ୱାଇଁ, ଜିଲା ପରିଷଦ ସଭ୍ୟା ମୁନି ମୁଣ୍ଡା, ବନ୍ତ ସମିତି ସଭ୍ୟ ପରମେଶ୍ୱର ବାରିକ, ରଘୁନାଥ ଜେନା, ଅମୂଲ୍ୟ ସାହୁ ଯୋଗ ଦେଇ ରାଜ୍ୟ ସରକାରଙ୍କର ବିଭିନ୍ନ ଜନହିତକର ଯୋଜନା ଓ ସଂପୃକ୍ତ ପଞ୍ଚାୟତର ବିକାଶ ମୂଳକ କାର୍ଯ୍ୟ ସଂପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ବହୁ ପ୍ରତିଭାଧାରୀ ବ୍ୟକ୍ତି ଓ ମହିଳା ଏବଂ ମିଶନଶକ୍ତିର ଏମ୍‌.ବି.କେ ଓ ସିଆରପି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ ଏଲ.ଇ.ଡି ମାଧ୍ୟମରେ ସରକାରୀ ଯୋଜନା ଗୁଡିକୁ ପ୍ରଦର୍ଶିତ କରାଯିବା ସହ ବିକାଶ ମୂଳକ କାର୍ଯ୍ୟ ପୁସ୍ତିକା ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ପୂର୍ବତନ ଜିଲା ପରିଷଦ ସଭ୍ୟ ରବିନ୍ଦ୍ର ଦାସ, ଯୁବନେତା ଅକ୍ଷୟ ଦାସ, ଯତିନ୍ଦ୍ର ମୋହନ ବାରିକ, ପବିତ୍ର ଲେଙ୍କା, ତପନ ଜେନା, ପିଇଓ ଦେବେନ୍ଦ୍ର ଦଳେଇଙ୍କ ସମେତ ଅନ୍ୟ ମାନେ ସହଯୋଗ କରିଥିଲେ । ଏଥିରେ ଶତାଧିକ ମହିଳା ଓ ପୁରୁଷ ଯୋଗ ଦେଇଥିବାର ଦେଖାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ