କେନ୍ଦୁଝରଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କେନ୍ଦୁଝର, (ଯୁଗାବ୍ଦ ନ୍ୟୁଜ):ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୨୦୬ ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୨୧ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୮୫ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା ।ସେଥିମଧ୍ୟରୁ ୮୦ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୧୦ଟି ଆବେଦନପତ୍ର ଗ୍ରହଣ କରାଯାଇଥିଲା।ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଳିକ, ଆଲୋକ ରଞ୍ଜନ ପ୍ରଧାନ, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ କିଶୋର କୁମାର ପୃଷ୍ଟି, କେନ୍ଦୁଝର ଉପଜିଲ୍ଲାପାଳ ଉମାଶଂକର ଦଳାଇ, ସଦର ବିଡିଓ ବିନୋଦ ପଣ୍ଡା ଏବଂ ସହକାରୀ ଜିଲ୍ଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ