କେନ୍ଦୁବାଡି ଉଚ୍ଚ ବିଦ୍ୟାଳୟର ବର୍ଷିକ ଉତ୍ସବ
ପୋଲସରା ,(ଯୁଗାବ୍ଦ ନ୍ୟୁଜ୍): ପୋଲସରା ବ୍ଲକ ଅନ୍ତର୍ଗତ କେନ୍ଦୁବାଡି ଶ୍ରୀ ରାଧାକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ରବିବାର ଦିନ ଅନୁଷ୍ଟିତ ହୋଇଯାଇଛି।ଏହି ବାର୍ଷିକୋତ୍ସବରେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବନମାଳୀ ମହାରଣା ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବିଜୟ ସ୍ଵାଇଁ,ବୁଗୁଡା ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ, ଢୁଙ୍କାପଡା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ପରିଚାଳକ ଗୌରହରି ନାୟକ ,ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରଫୁଲ ଚନ୍ଦ୍ର ପାଢ଼ୀ ଓ ଗୋପାଳ ଚନ୍ଦ୍ର ନାୟକ ପ୍ରମୁଖ ଯୋଗଦେଇଥିଲେ। କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।