କେନ୍ଦ୍ରାପଡ଼ାରେ ଆଉ ୧୩ ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ସାରା ଓଡ଼ିଶାକୁ କବଳିତ କରିବା ପାଇଁ ଉଦ୍ୟମ ଚଳାଇଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ପଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିରେ ଲାଗିଛି । ପ୍ରବାସୀମାନେ ଏବେ କରୋନା ଭୂତାଣୁକୁ ସାଙ୍ଗରେ ଆଣି ଆସିଥିବାରୁ ସେମାନଙ୍କୁ କିଭଳି ଠିକଣା ସମୟରେ ଚିହ୍ନଟ କରାଯିବ ଓ ସଙ୍ଗରୋଧରେ ଶୃଙ୍ଖଳିତଭାବେ ରଖାଯିବ ତାହା ରାଜ୍ୟ ସରକାରଙ୍କ ପାଇଁ କଷ୍ଟକର ବ୍ୟାପାର ହୋଇଛି ।
ଏହାରି ଭିତରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ୧୩ ପଜିଟିଭ ଚିହ୍ନଟ ନେଇ ଜିଲ୍ଲାପାଳ ଟ୍ୱିଟ କରିଛନ୍ତି । ନୂଆ ୧୩କୁ ମିଶାଇ କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ଜଣାଯାଇଛି । ସେମାନେ ମହାକାଳପଡ଼ା, କେନ୍ଦ୍ରାପଡ଼ା ଓ ରାଜକନିକା ବ୍ଲକର ବୋଲି ଜଣାଯାଇଛି । ସେମାନେ ସମସ୍ତେ କ୍ୱାରେଣ୍ଟାଇ ସେଣ୍ଟରେ ଥିଲେ । କ୍ୱାରେଣ୍ଟାଇନ ସେଣ୍ଟରରେ ଥିବାରୁ ସେମାନଙ୍କର କମ୍ୟୁନିଟି ସମ୍ପର୍କ ନଥିବା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି । ଏହାଛଡ଼ା ଏଯାଏ ବାହାର ରାଜ୍ୟରୁ ୫ ହଜାର ପ୍ରବାସୀ ଆସିଥିବା ସେ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪ ରହିଥିବା ବେଳେ ତନ୍ମଧ୍ୟରୁ ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କ ଦେହାନ୍ତ ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ