କେନ୍ଦ୍ରାପଡାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ମିଳିତ ଆନୁକୂଲ୍ୟରେ ରବିବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡା. ଅନୀତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଡା. ପଟ୍ଟନାୟକ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ ଉପଲକ୍ଷେ ଏକ ସଚେତନତା ରଥକୁ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ । ଏହି ସଚେତନତା ରଥ କେନ୍ଦ୍ରାପଡା ଜିଲ୍ଲାର ୯ଟି ବ୍ଲକ ଓ ଦୁଇଟି ପୌରାଞ୍ଚଳ ଅନ୍ତର୍ଗତ ସମସ୍ତ ଅଞ୍ଚଳ ୧୦ଦିନ ପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରଚାର କରିବ । ସାମାଜିକ, ଅର୍ଥନୈତିକ ଏବଂ ଶାରୀରିକ ଅସୁସ୍ଥତା କାରଣରୁ ବୌଦ୍ଧିକ ବିକାଶ ହୋଇପାରୁ ନଥିବା ବିକଳାଙ୍ଗତା, ମାନସିକ ଚାପ, ବିମମେନସିଆ, ସିଜୋକ୍ରେନିଆ ଆଦି ମାନସିକ ରୋଗ ଦେଖାଯାଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ଅତ୍ୟଧିକ ମାନସିକ ଚାପରୁ ନିବୃତ୍ତ ରହିବା, ଯୋଗ ଓ ଶାରୀରିକ ପରିଶ୍ରମ ନିୟମିତ କରିବା, ମାଦକ ଦ୍ରବ୍ୟ ସେବନଠାରୁ ଦୂରେଇ ରହିବା ଓ ପୃଷ୍ଟିକର ଖାଦ୍ୟ ଖାଇବା ଦ୍ୱାରା ମାନସିକ ରୋଗଠାରୁ ଜଣେ ଲୋକ ଦୂରେଇ ରହିପାରିବ ବୋଲି ସେ ପ୍ରକାଶ କରିଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମିର୍ଜା ବାବର ବେଗ୍ ଏହି ଦିବସ ପାଳନର ଆଭିମୁଖ୍ୟ ସମ୍ପର୍କରେ ମତବ୍ୟକ୍ତ କରିବା ସହ ମାନସିକ ରୋଗୀଙ୍କ ପାଇଁ ଚିକିତ୍ସା ଓ ଔଷଧ ପ୍ରତ୍ୟେକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମାଗଣାରେ ଉପଲବ୍ଧ ହେଉଛି ବୋଲି ସୂଚନା ଦେଇଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଶାନ୍ତିଲତା ଚାନ୍ଦ ବୈଠକ ସଂଚାଳନା ସହିତ ଧନ୍ୟ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ