କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ଆଜି ବାଇକ ଶୋଭାଯାତ୍ରା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାରେ ଏକ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ମେଡିକାଲ କଲେଜ ପ୍ରତିଷ୍ଠା ମିଳିତ କ୍ରୀୟାନୁଷ୍ଠାନ କମିଟି ଆହ୍ୱାନକ୍ରମେ ରାଜକନିକାର ସହିଦ ବାସୁବିସୁନୀ ପୀଠରୁ ବୁଧବାର ଏକ ବିଶାଳ ବାଇକ ଶୋଭାଯାତ୍ରା ବାହାରି ରାଜକନିକା ବ୍ଲକ, ଆଳି ବ୍ଲକ, ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ମାନ ଅନୁଷ୍ଠିତ କରି ଅପରାହ୍ନରେ କେନ୍ଦ୍ରାପଡା ସହରର ଖଡିଅଙ୍ଗସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ବିଶାଳ ସମାବେଶ ଅନୁଷ୍ଠିତ ହେବ । ଏହି ବାଇକ ଶୋଭାଯାତ୍ରା ସକାଳ ୯ଟାରୁ ବାହାରି ଅପରାହ୍ନ ୪ଟା ସମୟରେ ସମାପ୍ତି ହେବ । ତେଣୁ ଜିଲ୍ଲାର ବୃହତ୍ତମ ସ୍ୱାର୍ଥ ଦୃଷ୍ଟିରୁ ଦଳମତ ନିର୍ବିଶେଷରେ ସମସ୍ତ ରାଜନୈତିକ ଦଳ, ବୁଦ୍ଧିଜିବୀ, ଗଣସଂଗଠନ ଓ ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷ ଏଥିରେ ସାମିଲ ହୋଇ ଏହାକୁ ସଫଳ କରିବା ପାଇଁ ମିଳିତ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ସଭାପତି ଅଜୟ କୁମାର ସାମଲ, ସମ୍ପାଦକ ରମଣିରଞ୍ଜନ ରାଉତରାୟ, ଆବାହକ ଗୟାଧର ଧଳ, ପ୍ରଫୁଲ୍ଲ ଦାସ, ଫକିର ଚରଣ ଖଟୁଆ, ଆଦିକନ୍ଦ ରାଉଳ, ମୁକ୍ତାର ଖାଁ ପ୍ରମୁଖ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ନିବେଦନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ