କେନ୍ଦ୍ରାପଡାରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ଶନିବାର ୬୪ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ ମଡ଼କର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ୧୯୫୯ମସିହା ଅକ୍ଟୋବର ୨୧ତାରିଖ ଦିନ ସି.ଆର.ପି.ଏଫ.ର ୧୦ଜଣ କର୍ତ୍ତବ୍ୟନିଷ୍ଠ ଜବାନ ଲଦାଖଠାରେ ଭାରତସୀମା ଉଲ୍ଲଙ୍ଘନ କରିବାକୁ ପ୍ରୟାସ କରୁଥିବା ଚୀନ ଦେଶର ସୈନ୍ୟ ବାହିନୀ ସହିତ ଯୁଦ୍ଧ କରି ମାତୃଭୂମିର ସେବାରେ ପ୍ରାଣବଳୀ ଦେଇଥିଲେ । ୧୯୬୦ମସିହା ଜାନୁଆରୀ ମାସରେ ଦେଶର ସମସ୍ତ ଆରକ୍ଷୀ ମହାନିରୀକ୍ଷକମାନଙ୍କର ଅନୁଷ୍ଠିତ ସମ୍ମିଳନୀରେ ଏହି ଦିବସକୁ ସହିଦ ଦିବସ ରୂପେ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମା ଏବଂ ପୋଲିସ ପ୍ରତିଷ୍ଠାନମାନଙ୍କରେ ପାଳନ କରାଯିବାକୁ ନିଷ୍ପତି ନିଆଯାଇଥିଲା । ସେହିଦିନ ଠାରୁ ପ୍ରତ୍ୟେକ ବର୍ଷ କର୍ତ୍ତବ୍ୟ ସମ୍ପାଦନ ସମୟରେ ଦେଶ ପାଇଁ ପ୍ରାଣବଳି ଦେଇଥିବା ପୋଲିସମାନଙ୍କ ସ୍ମୃତି ଉଦେଶ୍ୟରେ ବା ରାଷ୍ଟ୍ର ପାଇଁ ସର୍ବୋଚ ତ୍ୟାଗ ସ୍ୱୀକାର କରିଥିବା ବୀର ପୋଲିସମାନଙ୍କ ସ୍ମୃତି ଉଦେଶ୍ୟରେ ୧୯୬୦ ମସିହାରୁ ଏହି ଦିବସ ପାଳିତ ହୋଇ ଆସୁଛି । ଦେଶର ବିଭିନ୍ନ ପ୍ରତିକୂଳ ପରିସ୍ଥିତିରେ ଏହି ବୀର ପୋଲିସମାନେ ବୀରତ୍ୱ ସହିତ କର୍ତ୍ତବ୍ୟ ସମ୍ପାଦନ କରି ସେମାନଙ୍କ ଦାୟିତ୍ୱ ନିର୍ବାହ କରିଥାନ୍ତି । ଗତ ବର୍ଷକ ମଧ୍ୟରେ କର୍ତ୍ତବ୍ୟ ସମ୍ପାଦନ ସମୟରେ ପ୍ରାଣବଳି ଦେଇଥିବା ଦେଶର ୧୮୮ଜଣ ବୀର ପୋଲିସଙ୍କ ସହିତ ଓଡିଶାର କନେଷ୍ଟବଳ ସୁଶାନ୍ତ କୁମାର ମହାନ୍ତିଙ୍କ ପ୍ରତି ଆରକ୍ଷୀ ଅଧିକ୍ଷକ ଶ୍ରୀ ମଡକର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିସହିତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜଳନ୍ଧର ଜାଲି, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦେବାଶିଷ ଧଳ, କେନ୍ଦ୍ରାପଡା ଏସ. ଡି. ପି. ଓ. ଦେବେନ୍ଦ୍ର କୁମାର ମଲ୍ଲିକ, ପଟ୍ଟାମୁଣ୍ଡାଇ ଏସଡିପିଓ କ୍ଷମାସାଗର ପଣ୍ଡା, ଡିଏସପି କୃଷ୍ଣ ପ୍ରସାଦ ମିଶ୍ର, ଡିଏସପି ଲକ୍ଷ୍ମୀନାରାୟଣ ତିୱାରୀ, ଭାରପ୍ରାପ୍ତ ରିଜର୍ଭ ଇନିସପେକ୍ଟରଙ୍କ ତଥା ସର୍ଜେଣ୍ଟ ଅଭିରାମ ଖଟୁଆ, ଟାଉନ ଥାନା ଇନସପେକ୍ଟର ଦିଲ୍ଲିପ କୁମାର ସାହୁ, ସଦର ଥାନା ଅଧିକାରୀ ସରୋଜ କୁମାର ସାହୁ ପ୍ରମୁଖ ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପୋଲିସ ରିଜର୍ଭ ପଡିଆରେ ଏହି ଉପଲକ୍ଷେ ଅନୁଷ୍ଠିତ ପ୍ୟାରେଡରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ମଡ଼କର ଅଭିବାଦନ ଗ୍ରହଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ