କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ମୁଖ୍ୟଶାଖାରେ ସ୍ୱାଧୀନତା ଦିବସ ପାଳିତ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର କଜଳାସ୍ଥିତ ମୁଖ୍ୟଶାଖାରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବ୍ୟାଙ୍କର ମୁଖ୍ୟ ନିର୍ବାହୀ ଅଧିକାରୀ ସୁଶିଲ କୁମାର ସାମଲ ବ୍ୟାଙ୍କ ପରିସରରେ ଅନୁଷ୍ଠିତ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ ମୁଖ୍ୟ ଶାଖାର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ ।