କେନ୍ଦ୍ରାପଡା କଲେଜରେ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପଣ୍ଡିତ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ମହାବିଦ୍ୟାଳୟ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ କଲେଜ ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା, ଅଧ୍ୟାପକ ରଞ୍ଜିତ କୁମାର ଦାସ, ଅଧ୍ୟାପକ ଜ୍ଞାନେନ୍ଦ୍ର ଦାଶଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ କଲେଜ ଅଧ୍ୟକ୍ଷ ପ୍ରଫେସର ବେହେରା ଗୋପବନ୍ଧୁଙ୍କ ତ୍ୟାଗପୂତ ଜୀବନୀ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ