କେନ୍ଦ୍ରାପଡା କଲେଜରେ ସମ୍ବିଧାନ ଦିବସ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ ହୋଇଛି । ଏହି ଉପଲକ୍ଷେ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ଏକ ୱେବିନାର ଅନୁଷ୍ଠିତ ହୋଇଥିଲା । ଏହି ୱେବିନାରକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିସହିତ ଏହି ୱେବିନାରରେ ଯୋଗଦେଇଥିବା ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନଙ୍କୁ କଲେଜ ଅଧ୍ୟକ୍ଷ ଡଃ. ତ୍ରିପାଠୀ ସମ୍ବିଧାନର ପ୍ରଥମ ଅନୁଛେଦକୁ ଶପଥ ପାଠ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କଲେଜ ଉପାଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା, ରାଜନୀତି ବିଜ୍ଞାନ ବିବାଗର ମୁଖ୍ୟ ଉମାକାନ୍ତ ପାତ୍ର, ଅଧ୍ୟାପକ ରଞ୍ଜିତ କୁମାର ଦାସଙ୍କ ସମେତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ