କେନ୍ଦ୍ରାପଡା କଲେଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୨୫ହଜାର ପ୍ରଦାନ

କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର କୋଭିଡ – ୧୯ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୨୫ହଜାର ୫ଶହ ଟଙ୍କାର ଏକ ଚେକ ପ୍ରଦାନ କରାଯାଇଛି । ମହା ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ମିଳିତ ଭାବରେ ସେମାନଙ୍କର ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । କଲେଜ ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏହି ଚେକ ପ୍ରଦାନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ