କେନ୍ଦ୍ରାପଡା ଜିଲାରେ ଆଜି ୪୩କରୋନା ପଜିଟିଭ
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର୪୩ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶ ବ୍ଲକରେ ୯ ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ୭ଜଣ, କେନ୍ଦ୍ରାପଡା ବ୍ଲକରେ ୧୨, ମହାକାଳପଡା ବ୍ଲକରେ ୫, ମାର୍ଶାଘାଇ ବ୍ଲକରେ ୨ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ୪ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।