କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୩କରୋନା ପଜିଟିଭ
କେନ୍ଦ୍ରାପଡ଼ା,(ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ଜିଲ୍ଲାରେ ସୋମବାର ୧୩ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୪ଜଣ, ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୪ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।


